ଦଳିଲା ପାଗର ମିଜାଜ୍। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ କୋହଲା ପାଗ ସହ ଝିପଝିପ ବର୍ଷା ହେଉଛି। । ଆଜି ଏବଂ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଦୁଇ ଦିନ ପାଇଁ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି ।
ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିଭଳି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ହାଲୁକା ବର୍ଷା ନେଇ ଚେତାବନୀ ଜାରି ହୋଇଛି।
1 Comment
Nice post